ଥମୁନି ମୃତ୍ୟୁ: ରାଜ୍ୟରେ କରୋନା ନେଲା ଆଉ ୩୨ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୩୨ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ଝାରସୁଗୁଡ଼ା ଓ ଗଞ୍ଜାମ ଜିଲ୍ଲାରୁ ୪ ଜଣ ଲେଖାଏଁଙ୍କ ଜୀବନ ଯାଇଥିବା ବେଳେ ଅନୁଗୁଳ, କଳାହାଣ୍ଡି ଓ ସୁନ୍ଦରଗଡ଼  ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ପୁରୀ ଓ ଗଜପତି ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ବଲାଙ୍ଗିର, କଟକ, କେନ୍ଦୁଝର, ନୟାଗଡ଼ ଓ ସମ୍ୱଲପୁର ଜିଲ୍ଲାରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୫୧୬କୁ ବୃଦ୍ଧି ପାଇଛି।

 

Leave a comment