ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ କରୋନା ନେଲା ଆଉ ୬୬ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା  ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୬ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫ହଜାର ୫୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣଙ୍କର ମୃତ୍ଯୁ ଘଟିଛି।

ସେହିପରି ଗଞ୍ଜାମ ଜିଲ୍ଲାରୁ ଆଉ ୮ ଜଣଙ୍କର ମୃତ୍ୟୁ ଘଟିଛି । ମୟୁରଭଞ୍ଜ ଓ ସୁନ୍ଦରଗଡ଼ରୁ ୬ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ବୌଦ୍ଧରୁ ଆଉ ୫ ଜଣ ପ୍ରାଣ ହରାଇଛନ୍ତି । ବରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଗଜପତି, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ଯାଜପୁର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିକଙ୍କ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.