ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ଯ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୭୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୭୬୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୨୫ଜଣ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ଲେଖାଏଁ , ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ, ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ, ନୟାଗଡ଼ ଜିଲ୍ଲାରୁ ୨ଜଣ, ବୌଦ୍ଧ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି।

Leave A Reply

Your email address will not be published.