ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କାୟା ମେଲାଉଛି କରୋନା, ଚିନ୍ତା ବଢାଉଛି ବିମାନବନ୍ଦର ଓ ରେଳ ଷ୍ଟେସନ୍‌

ଭୁବନେଶ୍ବର : ଚିନ୍ତା ବଢାଇଛି କରୋନାର ଦ୍ବିତୀୟ ଲହରୀ। ଦେଶରେ ପ୍ରତିଦିନ ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢିଚାଲି ଥିବା ବେଳେ ରାଜ୍ୟରେ ମଧ୍ୟ ଏବେ କରୋନା ଗ୍ରାଫ ଉପରମୁହାଁ ରହିଛି । ଦିନକୁ ଦିନ ବେକାବୁ ହେଉଛି ମହାମାରୀ କରୋନାର ଦ୍ବିତୀୟ ଲହରୀ। ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଚିନ୍ତା ବଢାଇଛି ବିମାନବନ୍ଦର ଓ ରେଳ ଷ୍ଟେସନ୍‌ । ରବିବାର ଭୁବନେଶ୍ୱର ଏସ୍‌ବିଆଇ ମୁଖ୍ୟ କାର୍ଯ୍ୟାଳୟରୁ ୧୦ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏବେ ବିମାନବନ୍ଦରରୁ ଆଉ ୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେହିଭଳି ରେଲଓ୍ୱେ ଷ୍ଟେସନ୍‌ରୁ ମଧ୍ୟ ଦୁଇ ଜଣ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଯାହା ଚିନ୍ତା ବଢାଉଛି କାରଣ ବିମାନବନ୍ଦର ଓ ରେଲଓ୍ୱେ ଷ୍ଟେସନରୁ ଆକ୍ରାନ୍ତଙ୍କ ଠାରୁ ଅଧିକ ଲୋକଙ୍କୁ ସଂକ୍ରମିତ ହୋଇପାରନ୍ତି।

ତେବେ ସବୁଠୁ ଅଧିକ ଚିନ୍ତା ବଢ଼ାଉଛି ଭୁବନେଶ୍ୱର ବିମାନ ବନ୍ଦର । ରବିବାର ଅପରାହ୍ନ ୩ଟା ସୁଦ୍ଧା ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇସାରିଲେଣି । ଗତ ୩ ଦିନରେ ୨୫ ଯାତ୍ରୀ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଆଜି ଗୋଟିଏ ଦିନରେ ୧୦ ପଜିଟିଭ୍‌ ସମସ୍ତଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଆଜକୁ ମିଶାଇ ବିମାନ ବନ୍ଦରରୁ ମୋଟ ୩୫ ଜଣ ଯାତ୍ରୀ ପଜିଟିଭ୍‌ ଚିହ୍ନଟ ହୋଇସାରିଲେଣି। ପଜିଟିଭ ଚିହ୍ନଟ ହୋଇଥିବା ସମସ୍ତ ଯାତ୍ରୀଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ ବିମାନ ବନ୍ଦରରୁ ଚିହ୍ନଟ ସମସ୍ତ ଯାତ୍ରୀ ମହାରାଷ୍ଟ୍ରର ମୁମ୍ବାଇ ଓ ପୁଣେରୁ ଆସିଛନ୍ତି ।

ଭୁବନେଶ୍ବର ରେଳ ଷ୍ଟେସନରୁ ପ୍ରଥମ ଥର ପାଇଁ ପଜିଟିଭ ଚିହ୍ନଟ ହେବାପରେ  ଉଭୟ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। କେବଳ ଏତିକି ନୁହେଁ ବରଂ ଉଭୟଙ୍କ କଣ୍ଟା ଟ୍ରେସିଂ ଓ ଟ୍ରାଭେଲ ହିଷ୍ଟ୍ରିର ତନାଘନା ବି ଚାଲିଛି। ରେଳ ଷ୍ଟେସନରେ ପଜିଟିଭ ଚିହ୍ନଟ ପରେ ଟେଷ୍ଟିଂକୁ ତ୍ୱରାନ୍ୱିତ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ।

ସେହିପରି ଆଗକୁ କରୋନା ଯାଞ୍ଚ ଆହୁରି କଡ଼ାକଡ଼ି ହେବ ବୋଲି କୁହାଯାଇଛି । ବିମାନବନ୍ଦର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ମିଳିତ ଭାବେ ସଂକ୍ରମଣ ରୋକିବା ଦିଗରେ ଗୁରୁତ୍ୱ ଦିଆଯାଉଛି । ମାସ୍କ ଓ ସାନିଟାଇଜର ବ୍ୟବହାର କରିବାକୁ ସବୁଙ୍କୁ ପରାମର୍ଶ ଦିଆଯାଉଛି । ତେବେ ଉଭୟ ରେଳଷ୍ଟେସନ ଓ ବିମାନବନ୍ଦରରେ ସ୍ୱତନ୍ତ୍ର ବ୍ୟବସ୍ଥା ଲାଗୁ କରିବା ପାଇଁ ଚାଲିଛି ବିଚାର ବିମର୍ଷ  କରାଯାଉଛି।

 

Leave A Reply

Your email address will not be published.