ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୯୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ଯା ହ୍ରାସ ପାଇବା ଆରମ୍ଭ କରିଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୪ ଜଣ ସଂକ୍ରମିତ ରହିଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୧୭୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୧୩, ସମ୍ବଲପୁରରୁ ୬୬, ମୟୁରଭଞ୍ଜ ୬୭ ଓ କଟକରୁ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୬୭୩୨ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.