ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ଚିହ୍ନଟ ହେଲେ ଆଉ ୮୪୯ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୧୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୪୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୮ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୬୫୦୩କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୯୦ହଜାର ୭୯୬ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୮୨୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୯ ଜଣ ପଜିଟିଭ ରହିଛନ୍ତି।


ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୧ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୭୮ଜଣ ରହିଛନ୍ତି ।

Leave A Reply

Your email address will not be published.