ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଦୈନିକ ସଂକ୍ରମଣ ୨ହଜାର ମୁହାଁ ; ଚିହ୍ନଟ ହେଲେ ଆଉ ୧୮୯୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ବଢୁଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦୀର୍ଘ ଦିନ ପରେ ରାଜ୍ୟରେ ଲମ୍ବ ଡିଆଁ ମାରିଛି କରୋନା ସଂକ୍ରମଣ । ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୧୮୯୭ ଜଣ କୋଭିଡ୍ ପଜିଟିଭ୍ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୦୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୯୧ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୫୮ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୯୭୭୩ କୁ ବୃଦ୍ଧି ପାଇଥିବା ବେଳେ ୧୦୪୫୫୧୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୫୭୩୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Leave A Reply

Your email address will not be published.