୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୬୮ ହଜାର ୯୧୨ ନୂଆ କରୋନା ଆକ୍ରାନ୍ତ, ୯୦୪ମୃତ
ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୬୮ହଜାର ୯୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୦୪ଆକ୍ରାନ୍ତଙ୍କ ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୭୦ ହଜାର ୧୭୯ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୫ ଲକ୍ଷ ୨୭ ହଜାର ୭୧୭ ରେ ପହଞ୍ଚିଛି। ସେହିପରି ମୋଟ ୧ କୋଟି ୨୧ ଲକ୍ଷ ୫୬ ହଜାର ୫୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨ ଲକ୍ଷ ୦୧ ହଜାର ୦୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।