ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ଯା, ୨୪ ଘଣ୍ଟାରେ ୪୦ ହଜାର ୯୫୩ ନୂଆ ଆକ୍ରାନ୍ତ, ୧୧୮ ମୃତ

ନୂଆଦିଲ୍ଳୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ଗତ ୨୪ ଘଣ୍ଟାରେ ୪୦ ହଜାର ୯୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୮୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୫୫୮କୁ ବୃଦ୍ଧି ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୫୫ ହଜାର ୨୮୪ରେ ପହଞ୍ଚିଛି। ।  ଦେଶରେ ଏବେ ୨ ଲକ୍ଷ ୮୮ ହଜାର ୩୯୪ ଜଣ ସକ୍ରିୟ ରୋଗୀ ଥିବାବେଳେ ୧ କୋଟି ୧୧ ଲକ୍ଷ ୦୭ ହଜାର ୩୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.