ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୮୨ ହଜାର ୩୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ୩, ୭୮୦ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ୟୁ ସଂଖ୍ୟା ମଧ୍ୟ ଚିନ୍ତା ବଢ଼ାଇଛି। ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଆଉ ୩ ଲକ୍ଷ ୮୨ ହଜାର ୩୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩, ୭୮୦ ଆକ୍ରାନ୍ତଙ୍କ  ମୃତ୍ୟୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୨୬ ହଜାର ୧୮୮ରେ ପହଞ୍ଚିଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୨ କୋଟି ୬ ଲକ୍ଷ ୬୫ ହଜାର ୧୪୮କୁ ବୃଦ୍ଧି ଘଟିଛି। ସେହିପରି ଦେଶରେ ମୋଟ ୧ କୋଟି ୬୯ ଲକ୍ଷ ୫୧ ହଜାର ୭୩୧ ଜଣ ସୁସ୍ଥ ହୋଇସାରିଲେଣି। ୩୪ ଲକ୍ଷ ୮୭ ହଜାର ୨୨୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave A Reply

Your email address will not be published.