ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ରାଜ୍ଯରୁ ଚିହ୍ନଟ ହେଲେ ୧୧୩୯ ନୂଆ କରୋନା ଆକ୍ରାନ୍ତ, ଆଉ ୬୦ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ଯରେ  ଚିହ୍ନଟ ହୋଇଛନ୍ତି ୧୧ଶହ ୯୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୯୫  ଜଣ ଚିହ୍ନଟ ହୋଇଥିବ ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ଯା ୪୯୮ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୨ହଜାର ୩୭୫କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୭୪ହଜାର ୭୫୬ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ୧୦ହଜାର ୮୦୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ ୪ଶହ ପାର କରିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ।  ଖୋର୍ଦ୍ଧାରୁ- ୪୨୫, କଟକରୁ- ୧୬୧, ବାଲେଶ୍ୱରରୁ- ୬୯, ଜଗତସିଂହପୁରରୁ- ୫୬, ଯାଜପୁରରୁ -୫୦ ପଜିଟିଭ୍ ବାହାରିଛନ୍ତି । ଦୁଇଟି ଜିଲ୍ଲା ସୁବର୍ଣ୍ଣପୁର, କଳାହାଣ୍ଡିରୁ କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି । ବାକି ୨୩ ଜିଲ୍ଲାରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଭିତରେ ରହିଛି ।

ସେହିପରି ରାଜ୍ୟରେ ଆଜି ୬୦ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।  ଏଥିସହ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୬ହଜାର ୭୫୭କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.