ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧ ହଜାର ୭୩୨ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ଟପିଛି। ଏଥିସହ ରାଜ୍ୟରୁ ଆଜି ୧୧,୭୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୫୬୯ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୫୧୬୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୨୨୨୪ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୭୧୦ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୬୪୧, କଟକ-୮୭୦, ଯାଜପୁର-୩୮୩, ପୁରୀ-୩୯୦, ଗଞ୍ଜାମ- ୨୫୯, ନୂଆପଡ଼ା- ୨୨୦, ବଲାଙ୍ଗୀର-୪୦୧, ବାଲେଶ୍ବର-୪୭୨, ଅନୁଗୁଳ-୭୦୦, ବରଗଡ଼-୩୬୩, କଳାହାଣ୍ଡି- ୨୭୪, ଝାରସୁଗୁଡ଼ାରୁ -୩୯୧, ନବରଙ୍ଗପୁର- ୪୧୭ ଓ ସମ୍ବଲପୁର ଜିଲ୍ଲାରୁ ୫୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Leave a comment