ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ପୁଣି ଚିହ୍ନଟ ହେଲେ ୧୧ ହଜାର ୬୦୭ କରୋନା ପଜିଟିଭ

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ କ୍ଷୀପ୍ର ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦିନକୁ ଦିନ ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ହଜାର ୬୦୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୭୨୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୮୭୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୯୧ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୬୭୦୯୪ କୁ ବୃଦ୍ଧି ପାଇଥିବା ବେଳେ ୧୦୭୩୭୭୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୮୪୭୭୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Leave A Reply

Your email address will not be published.