ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୯୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୨ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୯୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୩୧୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୧୭୪, ମୟୁରଭଞ୍ଜରୁ ୧୦୨ ଓ କଟକରୁ ୧୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୭୦୯୩ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 20th July
New Positive Cases: 1196
Of which 0-18 years: 169
In quarantine: 699
Local contacts: 497(Details of local contacts will be shared by concerned District)
1. Angul: 4
2. Balasore: 19
3. Bargarh: 12
4. Bhadrak: 12
5. Balangir: 15
6. Boudh: 16— I & PR Department, Odisha (@IPR_Odisha) July 21, 2022
23. Nayagarh: 36
24. Puri: 27
25. Rayagada: 19
26. Sambalpur: 70
27. Sonepur: 52
28. Sundargarh: 174
29. State Pool: 70New recoveries: 804
Cumulative tested: 32433925
Positive: 1303191
Recovered: 1286915
Active cases: 7093— I & PR Department, Odisha (@IPR_Odisha) July 21, 2022