ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୬୪୪ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୪୪ ନୂଆ କରୋନା ଆକ୍ରାନ୍ତ ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୯ ଜଣ ରହିଛନ୍ତି  ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୨୫୯୪ କୁ ବୃଦ୍ଧି ପାଇଥିବା ବେଳେ ୧୦୦୮୬୭୧ ଜଣ ସୁସ୍ଥ ହୋଇଛନ୍ତି ଏବେ ରାଜ୍ୟରେ ଆଉ ୫୭୩୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ବୟସର ୭୨ଜଣ ପଜିଟିଭ ରହିଛନ୍ତି।


ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୫୭କୁ ବୃଦ୍ଧି ପାଇଛି।

Leave A Reply

Your email address will not be published.