ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ତଳ ମୁହାଁ କରୋନା ଗ୍ରାଫ: ଚିହ୍ନଟ ହେଲେ ଆଉ ୮ ହଜାର ୫୨୦ କରୋନା ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାରରେ ସାମାନ୍ଯ ବ୍ରେକ ଲାଗିଛି। ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ହଜାର ୫୨୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୯୪୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୩୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୪୬୬୦ କୁ ବୃଦ୍ଧି ପାଇଥିବା ବେଳେ ୧୧୧୦୭୬୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୮୫୩୨୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Leave A Reply

Your email address will not be published.