ଖସିଲା ଦୈନିକ ସଂକ୍ରମଣ: ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୭ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୭୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୪ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୧୫୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୧୪୨ , ସମ୍ବଲପୁରରୁ ୪୮, ମୟୁରଭଞ୍ଜ ୭୮ ଓ କଟକରୁ ୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୭୦୫୪ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 25th July
New Positive Cases: 662
Of which 0-18 years: 104
In quarantine: 387
Local contacts: 275(Details of local contacts will be shared by concerned District)
1. Angul: 3
2. Balasore: 4
3. Bargarh: 12
4. Bhadrak: 13
5. Balangir: 9
6. Boudh: 4— I & PR Department, Odisha (@IPR_Odisha) July 26, 2022
24. Rayagada: 11
25. Sambalpur: 48
26. Sonepur: 13
27. Sundargarh: 142
28. State Pool: 28New recoveries: 1006
Cumulative tested: 32536968
Positive: 1307911
Recovered: 1291669
Active cases: 7054— I & PR Department, Odisha (@IPR_Odisha) July 26, 2022