ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୭୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୮୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୫ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୩୧୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୨୬୧, ସମ୍ବଲପୁରରୁ ୮୯, ମୟୁରଭଞ୍ଜ ୮୭ ଓ କଟକରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୭୦୧୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 26th July
New Positive Cases: 1174
Of which 0-18 years: 155
In quarantine: 688
Local contacts: 486(Details of local contacts will be shared by concerned District)
1. Angul: 3
2. Balasore: 16
3. Bargarh: 23
4. Bhadrak: 7
5. Balangir: 32
6. Boudh: 4— I & PR Department, Odisha (@IPR_Odisha) July 27, 2022
23. Nawarangpur: 16
24. Nayagarh: 25
25. Nuapada: 9
26. Puri: 8
27. Rayagada: 12
28. Sambalpur: 89
29. Sonepur: 14
30. Sundargarh: 261
31. State Pool: 48New recoveries: 1216
Cumulative tested: 32558456
Positive: 1309085
Recovered: 1292885
Active cases: 7011— I & PR Department, Odisha (@IPR_Odisha) July 27, 2022