ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୪୪୪ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୫୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୪୪ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୮୬ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୪୭୬୪ କୁ ବୃଦ୍ଧି ପାଇଥିବା ବେଳେ ୧୦୧୦୮୨୯ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୭୦୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୯ଜଣ ପଜିଟିଭ ରହିଛନ୍ତି।

Leave a comment