ରାଜ୍ଯରେ ୨୪ ଘଣ୍ଟାରେ ୧୫୫୮ କରୋନା ଆକ୍ରାନ୍ତ ଚିହ୍ନଟ, ୬୬ଜଣଙ୍କ ମୃତ୍ଯୁ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୬ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫ହଜାର ୮୩୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧି କ୧୧ ଜଣଙ୍କର ମୃତ୍ଯୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନା ଅନୁଯାୟୀ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୫୫୮ ଏବଂ ସ୍ଥାନୀୟ ସଂକ୍ରମିତ ୯୦୪ ଜଣ ରହିଛନ୍ତି। ଏଥିସଗ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯ଲକ୍ଷ ୭୫ହଜାର ୬୯୦ ପହଞ୍ଚିଛି। ଏଥି ମଧ୍ଯରୁ ମୋଟ୍ ୯ଲକ୍ଷ ୫୩ହଜାର ୮୮ ସୁସ୍ଥ ହୋଇଥିବ ବେଳେ ୧୬ହଜାର ୭୧୫ ଜଣ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି।