ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରୁ ଆଜି ଚିହ୍ନଟ ହେଲେ ଆଉ ୮ ହଜାର ୨୧୬ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ୟ ଚିନ୍ତା ବଢାଇଛି।  ରାଜ୍ୟରୁ ଆଜି ୮,୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୮୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୫୩୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୭୯,୭୫୨ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୨୭୧ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୬୩୬, କଟକ-୪୪୭, ଯାଜପୁର-୩୪୭, ପୁରୀ-୪୦୨, ଗଞ୍ଜାମ- ୬୯, ନୂଆପଡ଼ା- ୨୬୧, ବଲାଙ୍ଗୀର-୩୦୫,ବରଗଡ଼-୩୭୫, କଳାହାଣ୍ଡି- ୨୩୮, ଝାରସୁଗୁଡ଼ାରୁ ୩୧୬, ନବରଙ୍ଗପୁର- ୩୧୯ ଓ ସମ୍ବଲପୁର ଜିଲ୍ଲାରୁ ୩୮୫  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Leave A Reply

Your email address will not be published.