ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୭୬ ଜଣ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୭୬ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୧୭ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୩୭୪୫କୁ ବୃଦ୍ଧି ପାଇଥିବା ବେଳେ ୧୦୩୨୧୯୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୩୧୩୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

Leave A Reply

Your email address will not be published.