ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୫୨୬ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୬୮ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୨୬ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୦୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୨୩ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୧୦୪୪ କୁ ବୃଦ୍ଧି ପାଇଥିବା ବେଳେ ୧୦୧୭୭୧୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୦୩୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୮ ଜଣ ପଜିଟିଭ ରହିଛନ୍ତି।
Covid-19 Report For 8th October
New Positive Cases: 526
Of which 0-18 years: 68
In quarantine: 303
Local contacts: 223(Details of local contacts will be shared by concerned Dist Administration)
District Wise Cases:
1. Angul: 3
2. Balasore: 33
3. Bargarh: 2
4. Bhadrak: 3— I & PR Department, Odisha (@IPR_Odisha) October 9, 2021
22. Rayagada: 2
23. Sambalpur: 7
24. Sonepur: 1
25. Sundargarh: 19
26. State Pool: 55New recoveries: 598
Cumulative tested: 20578622
Positive: 1031044
Recovered: 1017714
Active cases: 5035— I & PR Department, Odisha (@IPR_Odisha) October 9, 2021
ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।