ରାଜ୍ୟରୁ ଆଜି ଚିହ୍ନଟ ହେଲେ ଆଉ ୯ ହଜାର ୮୮୯ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ୟ ଚିନ୍ତା ବଢାଇଛି।  ରାଜ୍ୟରୁ ଆଜି ୯,୮୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୬୧୧ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୨୭୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୮୯,୬୪୧ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୩୩୧ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୧୧୩୭, କଟକ-୭୯୦, ଯାଜପୁର-୨୮୨, ପୁରୀ-୪୩୬, ଗଞ୍ଜାମ- ୩୧୦, ନୂଆପଡ଼ା- ୩୩୫, ବଲାଙ୍ଗୀର-୩୨୬,ବରଗଡ଼-୪୮୩, କଳାହାଣ୍ଡି- ୪୧୪, ଝାରସୁଗୁଡ଼ାରୁ ୩୮୬, ନବରଙ୍ଗପୁର- ୪୧୪ ଓ ସମ୍ବଲପୁର ଜିଲ୍ଲାରୁ ୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Leave a comment
0Shares
0
ପ୍ରତି ମୁହୂର୍ତର ଖବର ଆପଣଙ୍କୁ ଦେଖାଇବାକୁ ଆମକୁ ଅନୁମତି ଦିଅନ୍ତୁ |
Dismiss
Allow Notifications