ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସୁଛି ଏଣ୍ଡେମିକ୍, ଆତଙ୍କିତ ନ ହୋଇ କୋଭିଡ ନିୟମ ମାନିବାକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ

ଭୁବନେଶ୍ୱର: କରୋନାର ପାଣ୍ଡେମେସିଟିରୁ ଏଣ୍ଡେମେସିଟି ଆଡ଼କୁ ଯାଉଛି ଦେଶ । କୋଭିଡ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଏଭଳି ପ୍ରତିକ୍ରିୟା ଦେଇଛନ୍ତି । ଏହା ଭିତରେ ଏମିତି ଗୋଟେ ଗୋଟେ ସ୍ପାଇକ ଆସିବ । ଏଥିପାଇଁ ଆତଙ୍କିତ ହେବାର ନାହିଁ । ଏ ଭାଇରସ କୁଆଡ଼େ ଯିବନି, କିନ୍ତୁ ତା’ର ରୋଗ କରିବା କ୍ଷମତା କମିଯିବ । ଯଦି ସଂଖ୍ୟା ବଢ଼ିବ, ଏହାର ମୁକାବିଲା ପ୍ରସ୍ତୁତି ପାଇଁ ଆମକୁ ବିଶେଷ ଅସୁବିଧା ହେବନି । କାରଣ ଆମର ଅଭିଜ୍ଞତା ଅଛି, ଭିତ୍ତିଭୂମି ଅଛି, ଔଷଧ ଅଛି । ଏବେ କେନ୍ଦ୍ର ସରକାରଙ୍କ ଗାଇଡ଼ ଲାଇନ ହେଉଛି, ଏଭିଡ଼େନ୍ସ ବେସଡ ଡିସିସନ ମେକିଙ୍ଗ । ଅର୍ଥାତ ଯେଉଁଠି ବଢ଼ୁଛି, ସେଇଠି ପଦକ୍ଷେପ ନିଅ । ତେଣୁ ସେଇ ଆଧାରରେ ପଦକ୍ଷେପ ନିଆଯିବ ।

ବର୍ତ୍ତମାନ ରାଜ୍ୟର ଦୈନିକ ସଂକ୍ରମଣ ୧୫ ତଳେ ରହିଛି । ମାତ୍ର ୫-୬ଟି ଜିଲ୍ଲାରେ ନୂଆ ମାମଲା ଆସୁଛି । ଆକ୍ଟିଭ କେସ୍ ସଂଖ୍ୟା ୧୦୦ ତଳେ ଅଛି । ଡାକ୍ତରଖାନାରେ କୌଣସି ରୋଗୀ ନାହାନ୍ତି । ଏଣୁ ଏବେଠୁ ଆତଙ୍କିତ ହେବାର ନାହିଁ । ଯଦି ସଂଖ୍ୟା ବଢ଼ିବ, ତା ପାଇଁ ପ୍ରସ୍ତୁତି ଅଛି । ତୁରନ୍ତ ବନ୍ଦୋବସ୍ତ ହୋଇପାରିବ । ଜିଲ୍ଲାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି, ସେମାନେ କଣ୍ଟିନଜେନ୍ସି ପ୍ଲାନ କରି ପ୍ରସ୍ତୁତ ରହିବେ । ଯେଉଁ ଅଞ୍ଚଳରେ ବଢ଼ିବ, ତାକୁ ନିୟନ୍ତ୍ରଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଯଦି ଅଧିକ ବଢ଼ିବ, ରାଜ୍ୟ ସ୍ତରରେ କାର୍ଯ୍ଯାନୁଷ୍ଠାନ ନିଆଯିବ ।

ତେବେ ଲୋକମାନଙ୍କୁ ଅନୁରୋଧ କୋଭିଡ ନିୟମ ମାନନ୍ତୁ । ମାସ୍କ ପିନ୍ଧନ୍ତୁ । ସାମାଜିକ ଦୂରତା ରଖନ୍ତୁ । ତୃତୀୟ ଲହରରେ ଯଦିଓ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଲା, ଲୋକମାନେ ଡାକ୍ତରଖାନା ଗଲେନି, ମୃତ୍ୟୁ ମୁଖରେ ପଡ଼ିଲେନି । ଟୀକାକରଣ ହେଉ ବା ଆମର ସଚେତନତା ହେଉ, ଗତ ଦୁଇ ତିନି ବର୍ଷ ଭିତରେ କୋଭିଡ ସାଙ୍ଗେ ଲଢ଼ିବାର ସାମର୍ଥ୍ୟ ଆମର ହେଇଗଲାଣି ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ।

Leave A Reply

Your email address will not be published.