ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭଡା ଘରୁ ନବଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯାଜପୁର: ଯାଜପୁର ରୋଡ଼ ଥାନା ଅନ୍ତର୍ଗତ ଦଳା ଗାଁରେ ଘଟିଛି ଅଭାବନୀୟ ଘଟଣା। ଭଡ଼ା ଘରୁ ମିଳିଲା ନବଦମ୍ପତିଙ୍କ ମୃତଦେହ। ମୃତ ଦମ୍ପତି ବାଲେଶ୍ଵର ଜିଲ୍ଲା ସଦର ଥାନା ଅଞ୍ଚଳର ବୋଲି ଜଣାପଡ଼ିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁଯାୟୀ, ଦଳା ଗାଁର ଶିବ ମନ୍ଦିର ନିକଟରେ ନବଦମ୍ପତି ଭଡ଼ା ଘରେ ରହୁଥିଲେ । ହେଲେ ଆଜି ହଠାତ୍‌ ସେହି ଭଡ଼ା ଘରୁ ଦମ୍ପତିଙ୍କ ମୃତଦେହ ଝୁଲୁଥିବାର ଦେଖିଥିଲେ ସ୍ଥାନୀୟଲୋକେ । ବେକରେ ରଶି ଲଗାଇ ଉଭୟ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.