ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସେପ୍ଟେମ୍ବର ସୁଦ୍ଧା ପିଲାମାନଙ୍କ ପାଇଁ କୋଭିଡ୍ ଟିକା ଉପଲବ୍ଧ ହେବ : ଏମସ ମୁଖ୍ୟ ଡାକ୍ତର ରଣଦୀପ ଗୁଲେରିଆ

ନୂଆଦିଲ୍ଲୀ: ଏମସ ମୁଖ୍ୟ ଡାକ୍ତର ରଣଦୀପ ଗୁଲେରିଆ କହିଛନ୍ତି ସେପ୍ଟେମ୍ବର ସୁଦ୍ଧା ହେବ ଶିଶୁଙ୍କ ଟିକାକରଣ । ଏହା ଆରମ୍ଭ ହେଲେ ଦେଶରେ କୋଭିଡ ବିରୋଧରେ ଯୁଦ୍ଧ ଶକ୍ତିଶାଳୀ ହେବ ଏବଂ ସଂକ୍ରମଣକୁ ବ୍ୟାପକ ଭାବେ ରୋକାଯାଇପାରିବ । ସେ କହିଛନ୍ତି- ଶିଶୁଙ୍କୁ ଟିକାକରଣ ନେଇ ଜାଇଡସ ସମସ୍ତ ଟ୍ରାଏଲ ଶେଷ କରିଛି । ସେହିପରି ଭାରତ ବାୟୋଟେକର କୋଭାକ୍ସିନ ଟ୍ରାଏଲ ବି ଅଗଷ୍ଟ ସୁଦ୍ଧା ଶେଷ ହୋଇପାରେ । ଫଳରେ ଆସନ୍ତା ସେପ୍ଟେମ୍ବର ସୁଦ୍ଧା ଦେଶରେ ଶିଶୁଙ୍କୁ ଟିକାକରଣ କରାଯିବା ପ୍ରକ୍ରିୟା ଆରମ୍ଭ ହେବାର ସମ୍ଭାବନା ଅଧିକ । ବର୍ତ୍ତମାନ ସୁଦ୍ଧା ଦେଶରେ ୪୨ କୋଟି ଡୋଜ ଦିଆଯାଇସାରିଲାଣି । ଏହା ଚଳିତ ବର୍ଷ ଶେଷ ସୁଦ୍ଧା ସମସ୍ତ ବୟସ୍କଙ୍କୁ ଟିକାକରଣ କରିବାର ଲକ୍ଷ୍ୟ ସରକାର ରଖିଛନ୍ତି । ଅଧିକ ବୟସ୍କ, ରୋଗରେ ସଢୁଥିବା ଲୋକଙ୍କ ଲାଗି ଟିକାକରଣର ଜରୁରୀ ଆବଶ୍ୟକତା ଉପରେ ସେ ଗୁରୁତ୍ୱ ଦେଇଛନ୍ତି ।

Leave A Reply

Your email address will not be published.