ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କୋଭିଡ ନିୟମ ଉଲ୍ଲଙ୍ଘନ: ୧୦ ବ୍ୟବସାୟୀଙ୍କୁ ଉଠାଇନେଲା ପୁୁଲିସ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ସହରର ତିନିମୁହାଣି, ମହିପାଳ, ବଡହାଟ ପ୍ରଭୃତି ସ୍ଥାନରୁ ୧୦ଜଣ ବ୍ୟବସାୟୀଙ୍କୁ କୋଭିଡ ନିୟମ ଉଲ୍ଲଙ୍ଘନ ଯୋଗୁଁ ଟାଉନ ଥାନା ପୁଲିସ ଉଠାଇ ନେଇ ପ୍ରତିଷ୍ଠାନକୁ ସିଲ କରିଦେଇଛି। ପୁଲିସ ପକ୍ଷରୁ ସଚେତନ କରାଯିବା ପରେ ବି ସହରର ବ୍ୟବସାୟିକ ପ୍ରତିଷ୍ଠାନ ଗୁଡିକ ବାରମ୍ବାର କୋଭିଡ ନିୟମକୁ ଉଲ୍ଲଙ୍ଘନ କରୁଥିବାରୁ ପୁଲିସ ଏଭଳି ପଦକ୍ଷେପ ନେବାକୁ ବାଧ୍ୟ ହୋଇଛି ବୋଲି ଟାଉନ ଥାନା ପକ୍ଷରୁ କୁହାଯାଇଛି। ଏଥିସହିତ ଗୁରୁବାର କୋଭିଡ ନିୟମ ଉଲ୍ଲଙ୍ଘନ କରିଥିବା ରାସ୍ତା କଡର ପରିବା ଦୋକାନୀ, ବାଇକ ଆରୋହୀ ଓ ଅନ୍ୟମାନଙ୍କ ଠାରୁ ୧୦ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଜୋରିମାନା ଆଦାୟ କରାଯାଇଥିବା ସୂଚନା ମିଳିଛି।

Leave A Reply

Your email address will not be published.