ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତାକାଲି କଟକ ଡେପୁଟି ମେୟର ନିର୍ବାଚନ

୮ରେ ବ୍ରହ୍ମପୁର, ୯ରେ ଭୁବନେଶ୍ୱର ପାଇଁ ବଛାଯିବ ଉପ-ମେୟର

ଭୁବନେଶ୍ୱର: ଆସନ୍ତାକାଲି ହେବ କଟକ ଡେପୁଟି ମେୟର ନିର୍ବାଚନ । ଏହା ସହ କାଲି ୧୦୫ ପୌର ଉପାଧ୍ୟକ୍ଷ ପାଇଁ ମଧ୍ୟ ନିର୍ବାଚନ ହେବ । ଏନେଇ ପ୍ରେସମିଟ୍ କରି ସବିଶେଷ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ।

ଆସନ୍ତାକାଲି ପୂର୍ବାହ୍ନ ୧୦ଟାରୁ ୧୧ଟା ମଧ୍ୟରେ ପୌର ଉପାଧ୍ୟକ୍ଷ ପଦବୀ ଲାଗି ନାମାଙ୍କନ ଦାଖଲ ହେବ। ୧୧ଟାରୁ ୧୨ଟା ମଧ୍ୟରେ ନାମାଙ୍କନ ପତ୍ର ଯାଞ୍ଚ, ଏହାପରେ ଦିନ ଗୋଟାଏ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପ୍ରକ୍ରିୟା ଚାଲିବ  ଅପରାହ୍ନ ସାଢ଼େ ଗୋଟାଏରୁ ସାଢ଼େ ୩ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ମତଦାନ ପରେ ସେହି ଦିନ ହିଁ ଭୋଟ ଗଣତି ଓ ଫଳାଫଳ ଘୋଷଣା ହେବ ।

ସେହିଭଳି ୮ ତାରିଖରେ ବ୍ରହ୍ମପୁର ଓ ୯ ତାରିଖରେ ଭୁବନେଶ୍ୱର ମହାନଗର ନିଗମ ଲାଗି ଡେପୁଟି ମେୟର ପଦ ପାଇଁ ନିର୍ବାଚନ ହେ । ମହାନଗର ନିଗମଗୁଡ଼ିକରେ ନିର୍ଦ୍ଧାରିତ ଦିନ ପୂର୍ବାହ୍ନ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ଦାଖଲ, ୧୧ଟାରୁ ୧୨ଟା ମଧ୍ୟରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଏହାପରେ ଦିନ ଗୋଟାଏ ଯାଏ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପ୍ରକ୍ରିୟା ଏବଂ ଅପରାହ୍ନ ସାଢ଼େ ଗୋଟାଏରୁ ମତଦାନ ଆରମ୍ଭ ହେବ । ମତଦାନ ସରିବା ପରେ ସେହିଦିନ ଭୋଟ ଗଣତି ଓ ଫଳାଫଳ ଘୋଷଣା କରାଯିବ। ୨ରୁ ଅଧିକ ପ୍ରାର୍ଥୀ ରହିଲେ, ରାଉଣ୍ଡ ୱାରି ଭୋଟିଂ ହେବ । ପ୍ରତି ରାଉଣ୍ଡରେ କମ୍ ଭୋଟ ପାଉଥିବା ଜଣେ ଲେଖାଏଁ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତାରୁ ଓହରିବେ  ଶେଷ ଦୁଇ ଜଣଙ୍କ ମଧ୍ୟରେ ଚୂଡ଼ାନ୍ତ ଲଢ଼େଇ ହେବ।

ଦଳ ବଦଳ ବିରୋଧ ଆଇନ ଲାଗୁ ହୋଇଥିବାରୁ ରାଜନୈତିକ ଦଳ ନିଜ ପ୍ରତିନିଧି ଦେଇପାରିବେ। ଏଭଳି କ୍ଷେତ୍ରରେ ଭୋଟ ବେଳେ ଦଳୀୟ କାଉନସିଲର ଓ କର୍ପୋରେଟର ସେମାନଙ୍କୁ ନିଜ ଭୋଟ ଦେଖାଇ ଭୋଟ ଦେବେ। ସେପଟେ ବିଜେଡି ଜିଲ୍ଲା ସଭାପତିଙ୍କ ପାଖକୁ ଉପ-ମେୟର ତାଲିକା ଆସିଥିବାବେଳେ ଦଳୀୟ ହୁଇପ ଜାରି କରିଛି ବିଜେଡି। ହୁଇପ ନମାନିଲେ କର୍ପୋରେଟର ପଦ ହରାଇବେ ବୋଲି କୁହାଯାଇଛି।

Leave A Reply

Your email address will not be published.