ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା, ଓଡ଼ିଶାକୁ ନାହିଁ ସିଧାସଳଖ ପ୍ରଭାବ

ଭୁବନେଶ୍ୱର: ଆସୁଛି ଆଉ ଏକ ବାତ୍ୟା। ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ଦକ୍ଷିଣ ଆଣ୍ଡାମାନ ସାଗରରେ ବାତ୍ୟାର ମୂଳଦୁଆ ପଡିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହା ୨୪ ଘଣ୍ଟାରେ ଅବପାତ ରୂପ ନେବ । ଏବେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ଲଘୁଚାପ । ଅବପାତର ୨୪ ଘଣ୍ଟା ପରେ ଏହା ବାତ୍ୟାର ରୂପ ନେବ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ରୂପନେବା ସମ୍ଭାବନା ରହିଛି । ଡିସେମ୍ବର ୮ରେ ବାତ୍ୟା ସ୍ଥଳଭାଗ ଛୁଇଁବ । ତାମିଲନାଡୁ, ପୁଡୁଚେରୀ ଦକ୍ଷିଣ ଆନ୍ଧ୍ର ଉପକୂଳରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ। ଓଡ଼ଶାରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Leave A Reply

Your email address will not be published.