ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଟଳିଲା ବଡ଼ ବିପଦ : ଓଡ଼ିଶାରେ ଲ୍ୟାଣ୍ଡଫଲ କରିନପାରେ ବାତ୍ୟା ‘ଜଓ୍ବାଦ୍’

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଜଓ୍ବାଦ ଧୀରେ ଧୀରେ ଦୁର୍ବଳ ହେବା ଆରମ୍ଭ କରିଛି । ଆଜି ଅପରାହ୍ଣ ସାଢେ ୨ଟା ବେଳେ ଏହା ବିଶାଖାପାଟଣାଠାରୁ ୨୦୦ କିଲୋମିଟର ପୂର୍ବ, ଦକ୍ଷିଣ-ପୂର୍ବ ଦିଗରେ ତଥା ଗୋପାଳପୁରଠାରୁ ୩୧୦ କିଲୋମିଟର ପୂର୍ବ, ଦକ୍ଷିଣ-ପୂର୍ବ ଦିଗରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଥିଲା ।ଆଜି ରାତି ସୁଦ୍ଧା ବାତ୍ୟା ଦୁର୍ବଳ ହେବା ସହ ଏକ ଡିପ୍ ଡିପ୍ରେସନରେ ପରିଣତ ହେବ ଓ ଉତ୍ତର ଦିଗରେ ଗତି କରିବ ।ବାତ୍ୟା ଜୱାଦ୍‌ ଏବେ ୩ କିମି ବେଗରେ ଉତ୍ତରରେ ଗତି କରୁଛି । ଯାାହାକୁ ନେଇ ଦିଗ ବଦଳାଇ ପାରେ ବୋଲି ଅନୁମାନ କରାଯାଉଛି । ଭାରତୀୟ ପାଣିପାଗ ବିଭାଗ ବା ଆଇଏମ୍‌ଡି ଏନେଇ ପ୍ରକାଶ କରିଥିବା ବେଳେ ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌ ପ୍ରଦୀପ ଜେନା ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।


ସମୁଦ୍ର ଭିତରେ ଦୁର୍ବଳ ହୋଇଛି ବାତ୍ୟା ‘ଜୱାଦ’ । ଫଳରେ ଏକ ବଡ ଧରଣର ବିପଦ ଓଡ଼ିଶା ଉପକୂଳରୁ ଟଳି ଯାଇଛି । ବାତ୍ୟା ଦିଗ ବଦଳାଇବା ପରେ ସମୁଦ୍ର ଭିତରେ ହିଁ ଗଭୀର ଅବପାତରେ ପରିଣତ ହେବ ଏବଂ ଉତ୍ତର-ଉତ୍ତର ପୂର୍ବ ମୁହାଁ ହୋଇ ଗତି କରିବ । ଆସନ୍ତା କାଲି ଅର୍ଥାତ ରବିବାର ମଧ୍ୟାହ୍ଣ ସୁଦ୍ଧା ପୁରୀ ନିକଟବର୍ତ୍ତୀ ହେବ କିନ୍ତୁ ଏହା ଲାଣ୍ଡଫଲ ନ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ମଧ୍ୟ ଟ୍ବିଟ କରି ସୂଚନା ଦେଇଛନ୍ତି ଯେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ଓଡ଼ିଶାରେ ବାତ୍ୟା ଲାଣ୍ଡଫଲ କରିବାର ସମ୍ଭାବନା ନାହିଁ।

ରବିବାର ମଧ୍ୟାହ୍ନରେ ପୁରୀର ନିକଟବର୍ତ୍ତୀ ହେବ । ତେବେ ସ୍ଥଳ ଭାଗ ଛୁଇଁବା ସମ୍ଭାବନା କମ୍ । ଓଡିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ମୁହାଁ ହେବ । ତେବେ ଏହାର ପ୍ରଭାବରେ ଓଡିଶା ଉପକୂଳରେ ୬୦ରୁ ୭୦ କିଲୋମିଟର ପବନ ବହିପାରେ କିନ୍ତୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ତେଣୁ କଚ୍ଚା ଘରେ ନରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର। ତେବେ ବାତ୍ୟା ଦୁର୍ବଳ ହୋଇଗଲେ ବି ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପବନର ବେଗ ଯଦିଓ କମ ରହିବ କିନ୍ତୁ ବର୍ଷାର ପରିମାଣ ପ୍ରବଳ ରହିବ। ଏହା ସହିତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି ।

Leave A Reply

Your email address will not be published.