ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବାତ୍ୟାର ରୂପ ନେଲା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ; ଘନୀଭୂତ ହୋଇ ସ୍ଥଳଭାଗ ମୁହାଁ ବାତ୍ୟା ‘ଆସନୀ’

ଭୁବନେଶ୍ବର: ବାତ୍ୟାର ରୂପ ନେଲା ଦକ୍ଷିଣ ଆଣ୍ଡାମାନ୍ ସାଗରରେ ସୃଷ୍ଟ ଗଭୀର ଅବପାତ । ଘନୀଭୂତ ହୋଇ ସ୍ଥଳଭାଗ ମୁହାଁ ବାତ୍ୟା ଆସନୀ। ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୬ କିମି ବେଗରେ ଗତି କରୁଛି ଘୂର୍ଣ୍ଣିଝଡ । ପୁରୀ ଠାରୁ ୧୦୨୦ କିମି ଦକ୍ଷିଣ-ଦକ୍ଷିଣ-ପୂର୍ବ ରେ କେନ୍ଦ୍ରୀଭୂତ ହେଉଛି । ବିଶାଖାପାଟଣାଠାରୁ ୯୭୦ କିମି ଦକ୍ଷିଣ ପୂର୍ବ ଦିଗରେ ରହିଛି । ୧୦ ତାରିଖ ସନ୍ଧ୍ୟା ଯାଏଁ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ ବିଭାଗର ଆକଳନ ଅନୁସାରେ ବାତ୍ୟା ରିକର୍ଭ କରିବା ପରେ ଓଡ଼ିଶା ଉପକୂଳର ସମାନ୍ତରାଳ ଭାବେ ଗତି କରିବ । ସେତେବେଳକୁ ଉପକୂଳରୁ ଦେଢ଼ ଶହରୁ ୨୦୦ କିଲୋମିଟର ଦୂରରେ ଥିବ ବାତ୍ୟାର କେନ୍ଦ୍ର ସ୍ଥଳ । ସ୍ଥଳଭାଗ ନଛୁଇଁ ସମୁଦ୍ର ଭିତରେ ଦୁର୍ବଳ ହୋଇଯାଇପାରେ ବାତ୍ୟା ।

ଏହାର ପ୍ରଭାବରେ ୧୦ ତାରିଖରୁ ଓଡିଶା ଉପକୂଳ ରେ ଆରମ୍ଭ ହେବ ବର୍ଷା । ଗଞ୍ଜାମ, ଗଜପତି ଏବଂ ପୁରୀରେ ପ୍ରବଳ ବର୍ଷିବ । ୧୧ ତାରିଖରେ ବଢିବ ବର୍ଷାର ପରିମାଣ । ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁର ରେ ପ୍ରବଳ ବର୍ଷା ସମ୍ଭାବନା । ଉପକୂଳ ଉପକୂଳ ଦେଇ ସମାନ୍ତରାଳ ଭାବେ ଗତିକରିବ ବାତ୍ୟା । ଆନ୍ଧ୍ର ଏବଂ ଓଡିଶା ଉପକୂଳ ଦେଇ କରିବ ଅତିକ୍ରମ । ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବ ବୋଲି ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.