ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ତାମିଲନାଡୁରେ ଲ୍ୟାଣ୍ଡଫଲ କଲା ବାତ୍ୟା ମ୍ୟାଣ୍ଡସ୍‌, ସ୍ଥଳଭାଗ ଛୁଇଁବା ପରେ ଭୀଷଣ ରୂପ ଧରି ରଚିଲା ତାଣ୍ଡବ

ଚେନ୍ନାଇ: ସ୍ଥଳଭାଗରେ ମାଡ ହେଲା ବାତ୍ୟା ମ୍ୟାଣ୍ଡସ୍‌ । ତାମିଲନାଡୁର ଚେନ୍ନାଇ ନିକଟ ମହାବଳିପୁରମରେ ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇ ଏହା ଲ୍ୟାଣ୍ଡଫଲ କରିଛି । ଏହି ସମୟରେ ଘଣ୍ଟାପ୍ରତି ୮୦ରୁ ଅଧିକ କିଲୋମିଟର ବେଗରେ ପବନ ବହିଥିଲା । ପବନରେ ବଡ଼ ବଡ଼ ଗଛ ଭାଙ୍ଗି ଯାଇଥିବାବେଳେ କଚ୍ଚା ଘର ଉଡ଼ିଯାଇଛି । ବିଭିନ୍ନସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଲାରେ ସ୍କୁଲ, କଲେଜ ବନ୍ଦ କରାଯାଇଛି । ୧୫ଟି ବିମାନକୁ ବାତିଲ କରିଦିଆଯାଇଛି । ଏନଡିଆରଏଫ ଓ ନୌସେନା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ।

ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ମ୍ୟାଣ୍ଡସ୍‌ ଏବେ ଉତର-ପଶ୍ଚିମ ଦିଗରେ ଗତି କରୁଛି । ଏହାର ପ୍ରଭାବରେ ଘଂଟା ପ୍ରତି ୫୫ ରୁ ୬୫ କିଲୋମିଟର ବେଗରେ ପବନ ବୋହୁଛି । ଏହାର ପ୍ରଭାବରେ ତିରୁଭାଲୁର, ଚେନ୍ନାଇ, ଚେଙ୍ଗଲାପାଟୁ, କାଂଚିପୁରମ ଜିଲ୍ଲାରେ ଭୀଷଣ ବର୍ଷା ସହ ଜୋରରେ ପବନ ବୋହୁଛି । ପ୍ରଶାସନ ପକ୍ଷରୁ ବାତ୍ୟା ଦୁର୍ବଳ ନହେବା ଯାଏଁ ଲୋକଙ୍କୁ ଘରୁ ନାବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ସେପଟେ ଉତର-ତାମିଲନାଡୁ ଓ ଦକ୍ଷିଣଆନ୍ଧ୍ରପ୍ରଦେଶର ଉପକୁଳ ଜିଲ୍ଲାଗୁଡିକରେ ମୁଶଳ ଧାରରେ ବର୍ଷା ସହ ପବନର ବେଗ ମଧ୍ୟ ବୃଦ୍ଧି ପାଇଛି । ସାମୁଦ୍ରିକ ଝଡକୁ ଆଖିରେ ରଖି ତାମିଲନାଡୁ, ପୁଡୁଚେରି ଓ ଆନ୍ଧ୍ରପ୍ରଦେଶରେ ରେଡ ଅଲର୍ଟ ଜାରି କରାଯାଇଛି ।

Leave A Reply

Your email address will not be published.