ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସ୍ଥଳଭାଗ ଛୁଇଁବା ପରେ ବାଂଲାଦେଶରେ ତାଣ୍ଡବ ରଚିଲା ବାତ୍ୟା ସିତ୍ରାଙ୍ଗ୍; ୧୦୦ କିଲୋମିଟର ବେଗରେ ବହିଲା ପବନ, ୭ ମୃତ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସିତ୍ରାଙ୍ଗ୍ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ମଙ୍ଗଳବାର ଭୋରୁ ବାଂଲାଦେଶର ବରିସାଲ୍‌ ନିକଟରେ ସ୍ଥଳଭାଗ ଛୁଇଁଛି। ବାଂଲାଦେଶର ତିନିକୋନା ଓ ସାନ୍ଦିପ ଦ୍ବୀପପୁଞ୍ଜ ମଧ୍ୟରେ ଲ୍ୟାଣ୍ଡଫଲ କରିଛି ବାତ୍ୟା।ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୧୦୦ କିଲୋମିଟର ବେଗରେ ପବନ ବହୁଥିଲା। ବାତ୍ୟା ଯୋଗୁଁ ପ୍ରବଳ ପବନ ବର୍ଷାରେ ବାଂଲାଦେଶରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବାତ୍ୟା ପ୍ରଭାବରେ ପଶ୍ଚିମବଙ୍ଗର ଦକ୍ଷିଣ ଓ ପୂର୍ବ ପ୍ରଗଣା ପ୍ରଭାବିତ ହୋଇଛି ।

ଉଚ୍ଚ ଜୁଆର ମାଡିଆସିବା ସହିତ ନିଉ ଦିଘା, ଦିଘା, ଉପକୂଳରେ ଥିବା ଦୋକାନ ବଜାର ମଧ୍ୟରେ ସମୁଦ୍ର ପାଣି ପଶିଛି। ବାଂଲାଦେଶର ଉପକୂଳ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଅନେକ ସ୍ଥାନରେ ଗଛ ଉପୁଡ଼ି ପଡ଼ିଛି । ବହୁ ସ୍ଥାନରେ ରାସ୍ତା କ୍ଷତିଗ୍ରସ୍ତ ହୋଇଥିବା ବେଳେ ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ହୋଇଛି । ବହୁ ଘର ଭାଙ୍ଗିଥିବା ବେଳେ ବ୍ୟାପକ ଫସଲ ନଷ୍ଟ କରିଛି ବାତ୍ୟା । କିଛି ଲୋକ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ନିରାପଦ ସ୍ଥାନକୁ ଆଣିବାକୁ ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି । ତେବେ ଲ୍ୟାଣ୍ଡଫଲ୍ ବେଳେ ବାତ୍ୟା ସିତ୍ରାଙ୍ଗ ଦୁର୍ବଳ ହୋଇଛ। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ସାମୁଦ୍ରିକ ଝଡ଼ରୁ ତୀବ୍ର ଅବପାତ ଏବଂ ସଂଧ୍ୟାରେ ଏହା ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ଆକଳନ କରିଛି।

ଓଡ଼ିଶା ଉପକୂଳରୁ ସମାନ୍ତରାଳ ଭାବେ ସମୁଦ୍ର ଭିତରେ ୨୦୦ରୁ ୨୫୦ କିମି ଦୂରରେ ରହିଥିଲା ସି-ତ୍ରଙ୍ଗ। ଯାହାର ପ୍ରଭାବରେ ରାଜ୍ୟର ଉପକୂଳ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆଜି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକର କିଛି ସ୍ଥାନରେ ବର୍ଷା ହୋଇପାରେ। ତେବେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । କାଲି ସକାଳକୁ ଓଡ଼ିଶାରେ ବାତ୍ୟାର କୌଣସି ପ୍ରଭାବ ରହିବନି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.