ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗରିବ ଓ ଅସହାୟଙ୍କ ଭରସା ପାଲଟିଛି BSKY: ବିନା ମୂଲ୍ଯରେ ଚିକିତ୍ସିତ ହେଉଛନ୍ତି ଦିନକୁ ଦେଢ ଲକ୍ଷ ରୋଗୀ

ଭୁବନେଶ୍ୱର: ଗରିବ ଓ ଅସହାୟଙ୍କ ଭରସା ପାଲଟିଛି BSKY । ଉପାନ୍ତ ଜିଲ୍ଲା ମାଲକାନଗିରିରୁ ଆରମ୍ଭ ହୋଇଥିବା ବିଏସକେୱାଇ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ଜିତିଛି ରାଜ୍ୟବାସୀଙ୍କ ବିଶ୍ୱାସ ଓ ଭରସା । ବିଏସକେୱାଇ ମାଧ୍ୟମରେ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକ ସମସ୍ତ ସରକାରୀ ଓ ପଞ୍ଜିକୃତ ଘରୋଇ ହସ୍ପିଟାଲରେ ବିନା ମୂଲ୍ୟରେ ଚିକିତ୍ସିତ ହେଉଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁସ୍ଥ ଓଡ଼ିଶା, ସୁଖୀ ଓଡ଼ିଶା ଲକ୍ଷ୍ୟକୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ ସଫଳ କରୁଛି । ଯୋଜନାରେ ରାଜ୍ୟ ସରକାର ପଞ୍ଜିକୃତ ଘରୋଇ ହସ୍ପିଟାଲ ଗୁଡ଼ିକରେ ଦୈନିକ ପ୍ରାୟ ୧ କୋଟି ଟଙ୍କା ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛନ୍ତି ।

ଦେଶରେ ଏକମାତ୍ର ରାଜ୍ୟଭାବେ ଓଡ଼ିଶା ସ୍ୱାସ୍ଥ୍ୟକ୍ଷେତ୍ରରେ ବଳିଷ୍ଠ ପଦକ୍ଷେପ ନେଇଛି । ରାଜ୍ୟର ୯୬ ଲକ୍ଷ ପରିବାର ବିଏସକେୱାଇ କାର୍ଡ ପାଇବେ । ଜାତୀୟ ଖାଦ୍ୟ ସୁରକ୍ଷା ଓ ରାଜ୍ୟ ଖାଦ୍ୟ ସୁରକ୍ଷାର ସମସ୍ତ ହିତାଧିକାରୀ ଏହି ସୁବିଧା ପାଇବେ । ରାଜ୍ୟର ସାଢ଼େ ୩ କୋଟି ଲୋକ ଉପକୃତ ହେବେ । ନୂଆ ବ୍ୟବସ୍ଥାରେ ହସ୍ପିଟାଲରେ କୌଣସି ଡକ୍ୟୁମେଣ୍ଟ ଦରକାର ନାହିଁ । ଦେଶର ୨ଶହରୁ ଅଧିକ ବଡ଼ ବଡ଼ ହସ୍ପିଟାଲରେ ଏହି କାର୍ଡ ଜରିଆରେ ଚିକିତ୍ସିତ ହୋଇପାରିବେ । ପରିବାରର ସଦସ୍ୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ଖର୍ଚ୍ଚ ମିଳିବ ।

 

Leave A Reply

Your email address will not be published.