ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବନ୍ଦ ଘରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର, ବେକରେ ଗୁଡ଼େଇ ହୋଇଥିଲା ବିଦ୍ୟୁତ ତାର

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ପୁରୁଷୋତ୍ତମପୁର ପଞ୍ଚାୟତ ପାର୍ବତୀପୁର ଗ୍ରାମରେ ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ବନ୍ଦ ଘରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଦୁଇ ଜଣଙ୍କର ମୃତ୍ୟୁ ବିଦ୍ୟୁତ ଆଘାତରେ ଘଟିଥିବା ସୂଚନା । ଉଭୟଙ୍କ ବେକ ବିଦ୍ୟୁତ ତାରରେ ଗୁଡାଇ ହୋଇଥିବାର ଦେଖିବାକୁ ମିଳିଥିଲା। ସେମାନଙ୍କୁ ସ୍ପର୍ଶ କଲେ ବିଦ୍ୟୁତ ଚାର୍ଜ ଥିବା ଜାଣାପଡ଼ିଥିଲା। ତେବେ ଏହା ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଛି। ମୃତକ ହେଲେ ମେନା ମହାକୁଡଙ୍କ ପୁଅ ମନୋଜ ମହାକୁଡ(୩୨) ଏବଂ ବୋହୂ ସସ୍ମିତା ମହାକୁଡ (୨୮)।

ସୂଚନା ଅନୁଯାୟୀ, ମନୋଜ ଓ ସସ୍ମିତା ଖାଇସାରିବା ପରେ ଘରେ ଶୋଇଥିଲେ । ଅପରାହ୍ନରେ ସସ୍ମିତାଙ୍କ ଭଉଣୀ ଓ ଭିଣୋଇ ଆସି ପହଞ୍ଚିବା ପରେ ଘର କବାଟ ବାଡେଇ ଡାକିଥିଲେ। ମାତ୍ର କବାଟ ନ ଖୋଲିବାରୁ ସନ୍ଦେହ କରି ପରିବାର ଲୋକ କବାଟକୁ ତାଡିଥିଲେ। କବାଟ ଖୋଲିବାରୁ ବିଦ୍ୟୁତ ତାରରେ ଦୁଇ ଜଣଙ୍କ ବେକ ଗୁଡ଼େଇ ହୋଇଥିବାର ଦେଖିବାକୁ ପାଇଥିଲେ। ସେମାନଙ୍କୁ ସ୍ପର୍ଶ କରିବାରୁ ବିଦ୍ୟୁତ ଚାର୍ଜ ଥିବା ଜାଣିବାକୁ ପାଇଥିଲେ। ଦୁଇ ଜଣ ବିଦ୍ୟୁତ ଆଘାତରେ ଆତ୍ମହତ୍ୟା କରିଥିବା ସନ୍ଦେହ। ଖବର ପାଇ ସିମୁଳିଆ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.