ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୫୭ ନମ୍ବର ଜାତୀୟ ରାଜପଥ କଡରୁ ମହିଳାଙ୍କ ମୃତଦେହ ଉଦ୍ଧାର, ପୁଲିସର ତଦନ୍ତ ଆରମ୍ଭ

ହରଭଙ୍ଗା :  ୫୭ ନମ୍ବର ଜାତୀୟ ରାଜପଥର ରଇଠାଣୀ ଛକ ନିକଟରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବୌଦ୍ଧ ଜିଲା ଦେଇ ଯାଇଥିବା ଖୋର୍ଦ୍ଧା- ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର ରଇଠାଣୀ ଛକ ନିକଟରେ ଏକ ମହିଳାଙ୍କ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ । ବୌଦ୍ଧ ଆଦର୍ଶ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ଶବ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି ।

ମୃତ ମହିଳାଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ । ମୃତ ମହିଳାଙ୍କ ଶରିରରେ ଅନେକ ଆଘାତ ଚିହ୍ନ ରହିଥିବାରୁ ଏହା ଏକ ଦୁର୍ଘଟଣା ଜନିତ ମୃତ୍ୟୁ ହୋଇଥାଇପାରେ ବୋଲି ପ୍ରାଥମିକ ତଦନ୍ତରୁ ପୁଲିସ ସନ୍ଦେହ କରୁଛି । କୌଣସି ଏକ ଅଜଣା ଗାଡି ଧକ୍କାରେ ମହିଳାଙ୍କ ମୃତ୍ୟୁ ହୋଇଯିବା ସନ୍ଦେହ କରାଯାଉଛି

Leave A Reply

Your email address will not be published.