ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୋଖରୀରୁ ୩ ନବଜାତ ଶିଶୁଙ୍କ ମୃତଦେହ ଉଦ୍ଧାର

ଢେଙ୍କାନାଳ: ପୋଖରୀରୁ ୩ ନବଜାତ ଶିଶୁଙ୍କ ମୃତଦେହ ଉଦ୍ଧାର । ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଇନ୍ଦିପୁର ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା । ଇନ୍ଦିପୁର ଗ୍ରାମ ନିକଟରେ ଥିବା ନଟା ପୋଖରୀରେ ତିନି ଗୋଟି ନବଜାତକ ଶିଶୁ ମୃତ ଅବସ୍ଥାରେ ଭାସୁଥିବାର ଦେଖିବାକୁ ମିଳିଛି । ମୃତଦେହ ଗୁଡ଼ିକୁ କେହି ଜନ୍ମ ପରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ତିନିଟି ମୃତଦେହ ଶିଶୁ କନ୍ୟାଙ୍କର। ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ତେବେ ମୃତ ଶିଶୁ ଗୁଡିକ କେଉଁଠାରୁ ଆସିଲା ଏବଂ କିଏ ପକାଇଲା ଏବେ ଏହା ସନ୍ଦେହ ଘେରରେ। ଏକକାଳୀନ ୩ଟି ନବଜାତକଙ୍କ ମୃତଦେହକୁ ଦେଖି ଗ୍ରାମବାସୀ ଭୟଭିତ ହୋଇଯାଇଛନ୍ତି ।

Leave A Reply

Your email address will not be published.