ମନୀଷ ଅନୁରାଗ ମୃତ୍ୟୁ ମାମଲା: ଆତ୍ମସମର୍ପଣ କଲେ ଦୁଇ ସନ୍ଦିଗ୍ଧ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ମନୀଷ ଅନୁରାଗ ମୃତ୍ୟୁକୁ ନେଇ ଏବେବି ରହସ୍ୟ ଲାଗି ରହିଥିଛି ।   ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟ ଆସି ସାରିଛି। ଏହାରି ମଧ୍ଯରେ ଆଜି ଆଉ ଦୁଇ ସନ୍ଦିଗ୍ଧ ଫୁଲବାଣୀ ଟାଉନ ଥାନାରେ ଆତ୍ମସମର୍ପଣ କରିଛନ୍ତି।  ଦୁଇ ସନ୍ଦିଗ୍ଧ ହେଲେ ଲିଟୁ ଓରଫ ଦିନେଶ ମହାପାତ୍ର ଓ ମୁନା ଓରଫ ମୃତ୍ୟୁଞ୍ଜୟ । ମୃତ୍ୟୁ ପୂର୍ବରୂ ଏହି ଦୁଇ ଜଣ ହୋଟେଲରେ ମନୀଷଙ୍କ ସହ ଥିଲେ । ସନ୍ଦେହରେ ପୋଲିସ ଉଭୟ ଲିଟୁ ଓ ମୁନ୍ନାଙ୍କୁ ଖୋଜୁଥିଲା ।

ଆଜି ଉଭୟଙ୍କୁ ଭୁବନେଶ୍ୱର ଆଣି ଅଧିକ ପଚରାଉଚରା କରିବ ପୁଲିସ । ଲିଟୁ ଓ ମୁନ୍ନାଙ୍କୁ ଘଟଣା ଦିନ ଫେରାର କରିବା ଅଭିଯୋଗରେ ହିମାଂଶୁ ନାମକ ଜଣେ ଯୁବକଙ୍କୁ ଅଟକ ରଖିଛି ପୋଲିସ । ସମୁଦାୟ ୪ ଜଣଙ୍କୁ ଅଟକ ରଖି ପୋଲିସ ମନୀଷ ମୃତ୍ୟୁ ରହସ୍ୟ ଖୋଜିବାରେ ଲାଗିଛି । ସେପଟେ ଗତକାଲି ମନୀଷଙ୍କ ମୃତ୍ୟୁ ପୂର୍ବର ଶେଷ ଫଟୋ ସାମ୍ନାକୁ ଆସିଥିଲା ।

ପାତ୍ରପଡ଼ା ସାଉଥ୍‌ ସିଟି ବାର ନିକଟ ରାସ୍ତାରେ ଚାଲି ଯାଉଥିବାର ସିସିଟିଭି ଫଟୋ ଆସିଥିଲା । ହୋଟେଲ୍‌ରୁ ବାହାରି ମନୀଷ ସାଙ୍ଗଙ୍କ କାର ନିକଟକୁ ଯାଉଥିବା ବେଳର ଏହି ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଥିଲା । ଶେଷ ଫଟୋରୁ ମନୀଷ ମୃତ୍ୟୁର ସୁରାକ୍‌ ଖୋଜୁଛି ପୁଲିସ ।

Leave a comment