ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦିଲ୍ଲୀ ଉପ ରାଜ୍ୟପାଳ ଅନୀଲ ବୈଜଲ କରୋନା ସଂକ୍ରମିତ

ନୂଆଦିଲ୍ଲୀ: ଦିଲ୍ଲୀ ଉପ ରାଜ୍ୟପାଳ ଅନୀଲ ବୈଜଲ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି ।  ସେ ଏବେ ନିଜକୁ ଘରେ ଆଇସୋଲେଟଡ କରିଛନ୍ତି । ସେ ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ ନିଜର ଟେଷ୍ଟ କରାଇଥିଲେ । ଟେଷ୍ଟ ପରେ ତାଙ୍କର କୋଭିଡ-୧୯  ପଜିଟିଭ ଆସିଛି । ସେ ଏ ନେଇ ନିଜେ ଟ୍ବିଟ କରି ଜଣାଇଛନ୍ତି।

ସେ ଟ୍ବିଟରେ ଲେଖିଛନ୍ତି ଯେ,  ଯେଉଁମାନେ ମୋ ସମ୍ପର୍କରେ ଆସିଛନ୍ତି ସେମାନେ ତୁରନ୍ତ ପରୀକ୍ଷା କରାଇ ନିଅନ୍ତୁ । ସୁସ୍ଥ ଥିବା ଅଧିକାରୀମାନେ ପୂର୍ବଭଳି କୋଭିଡ-୧୯କୁ କିପରି କାବୁ କରାଯାଇ ପାରିବ ସେ ନେଇ କାର୍ଯ୍ଯ ଜାରୀ ରଖନ୍ତୁ। ଏପ୍ରିଲ ୧୯ରେ ଲକଡାଉନ ଘୋଷଣା କରାଯିବା ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଉପ ରାଜ୍ୟପାଳଙ୍କୁ ଭେଟିଥିଲେ।

Leave A Reply

Your email address will not be published.