ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଚିନ୍ତା ବଢାଉଛି ପ୍ରଦୂଷଣ, ଅନିର୍ଦ୍ଦିଷ୍ଟକାଳ ପାଇଁ ବନ୍ଦ ରହିବ ଦିଲ୍ଲୀର ସମସ୍ତ ବିଦ୍ଯାଳୟ

ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରଦୂଷଣ ବଢିବାରେ ଲାଗିଛି। ଶୀତ ବଢ଼ିବା ସହ ଦିଲ୍ଲୀରେ ପ୍ରଦୂଷଣ ମଧ୍ୟ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ଥିବା ସମସ୍ତ ସ୍କୁଲଗୁଡ଼ିକୁ ରାଜ୍ୟ ସରକାର ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟି ଘୋଷଣା କରିଛନ୍ତି। ଆଜି ଏ ସମ୍ପର୍କରେ ଦିଲ୍ଲୀର ଶିକ୍ଷା ବିଭାଗ ଘୋଷଣା କରିଛି।

ସୂଚନା ଅନୁଯାୟୀସ, ପୂର୍ବରୁ ଦିଲ୍ଲୀ ସରକାର ୭ ଦିନ ପାଇଁ ସ୍କୁଲ ଓ କଲେଜ ବନ୍ଦ କରିଥିଲେ। ଆଜି ଏହି ଅବଧି ଶେଷ ହେଉଥିବା ବେଳେ ଆସନ୍ତାକାଲି ଠାରୁ ସ୍କୁଲ ଖୋଲିବାର ଥିଲା। କିନ୍ତୁ ପ୍ରଦୂଷଣ ସ୍ଥିତି ଅତ୍ୟନ୍ତ ଗମ୍ଭୀର ଥିବାରୁ ସରକାର ଆଜି ସ୍କୁଲ ଗୁଡ଼ିକୁ ପରବର୍ତ୍ତୀ ନୋଟିସ ଯାଏ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ସ୍କୁଲ ବନ୍ଦ ରହିଥିଲେ ହେଁ ପିଲାମାନେ ଅନଲାଇନରେ ପାଠ ପଢ଼ିପାରିବେ। ଏଥିପାଇଁ ସବୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ବ୍ୟବସ୍ଥା କରିବାକୁ କୁହାଯାଇଛି।

Leave A Reply

Your email address will not be published.