ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆପ୍‌ ନେତ୍ରୀ ଅତିଶୀଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଦିଲ୍ଲୀକୁ ଜଳ ଯୋଗାଣ ଦାବିରେ ସତ୍ୟାଗ୍ରହ ଚଳାଇଥିବା ଆପ୍‌ ନେତ୍ରୀ ତଥା ଦିଲ୍ଲୀର ଜଳ ମନ୍ତ୍ରୀ ଅତିଶୀଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଘଟୁଛି। ସୋମବାର ସତ୍ୟାଗ୍ରହର ଚତୁର୍ଥ ଦିବସରେ ଅତିଶୀଙ୍କ ଶରୀର ଓଜନ ହ୍ରାସ ସହିତ ତାଙ୍କର ରକ୍ତଚାପ ମଧ୍ୟ ଦ୍ରୁତ ହ୍ରାସ ପାଉଛି। ଏହା ବିପଜ୍ଜନକ ବୋଲି ଏଲଏନଜେପି ଡାକ୍ତରଖାନାର ଡାକ୍ତରମାନେ କହିଛନ୍ତି। ଏଥିସହିତ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ଡାକ୍ତରମାନେ ପରାମର୍ଶ ଦେଇଥିଲେ। ଭୋରରୁ ସ୍ୱାସ୍ଥ୍ୟାବସ୍ଥା ବହୁତ ବିଗିଡ଼ିବାରୁ ତାଙ୍କୁ ଦିଲ୍ଲୀସ୍ଥିତ ଲୋକ ନାୟକ ଜୟ ପ୍ରକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.