ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓଡ଼ିଶାରେ ଚିହ୍ନଟ ହେଲେ ପ୍ରଥମ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଏଣ୍ଟ ରୋଗୀ, ସୂଚନା ଦେଲେ କେନ୍ଦ୍ର ସରକାର

ରାଜ୍ୟରେ ପସିଲା ଡେଲଟା ପ୍ଲସ ଭ୍ୟାରିଆଣ୍ଟ । ଓଡ଼ିଶାରେ ଚିହ୍ନଟ ହେଲେ ପ୍ରଥମ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଏଣ୍ଟ ରୋଗୀ । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କେନ୍ଦ୍ର ସରକାର । ଦେଶରେ ଚିହ୍ନଟ ହୋଇଥିବା ମୋଟ ୪୮ଟି ଡେଲ୍‌ଟା ପ୍ଲସ୍‌ ଭ୍ୟାରିଏଣ୍ଟ କେସ୍‌ ଭିତରୁ ଓଡ଼ିଶାରେ ଗୋଟିଏ ଚିହ୍ନଟ ହୋଇଛି। ଓଡ଼ିଶାର ଦେବଗଡ଼ରେ ଚିହ୍ନଟ ହୋଇଛି ଏହି କେସ୍‌ ।

ଦେଶରେ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଏଣ୍ଟର ୪୮ ମାମଲା ମଧ୍ୟରୁ ମହାରାଷ୍ଟ୍ରରୁ ୨୦, ତାମିଲନାଡୁରୁ ୯, ମଧ୍ୟପ୍ରଦେଶରୁ ୭, କେରଳରୁ ୩, ପଞ୍ଜାବ ଓ ଗୁଜୁରାଟରୁ ୨ ଜଣ ଲେଖାଏଁ, ଓଡିଶା, ରାଜସ୍ଥାନ, ଜାମ୍ମୁ କାଶ୍ମୀର ଓ କର୍ଣ୍ଣାଟକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ପ୍ରଥମ ଥର ପାଇଁ ଡେଲ୍ଟା ପ୍ଳସ୍ ରୋଗୀଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ରତ୍ନଗିରିର, ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା ।

Leave A Reply

Your email address will not be published.