ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ ଭୁବନ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ସହକାରୀ କିରାଣୀ

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କାର୍ଯ୍ୟରତ ବରିଷ୍ଠ ସହକାରୀ କିରାଣୀ ବିଧୁପ୍ରସାଦ ବେହେରା । ମେଡ଼ିକାଲ ବିଲ କରେଇ ଦେବା ପାଇଁ ଜଣେ ଶିକ୍ଷୟିତ୍ରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ।

ସୂଚନା ଅନୁଯାୟୀ ,ଭୁବନ ଭିତରଦିଗପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିତ୍ରା ହୋତାଙ୍କର ୨୭ ହଜାର ଟଙ୍କାର ଏକ ମେଡ଼ିକାଲ ବିଲ କରେଇ ଦେବା ପାଇଁ କିରାଣୀ ବିଧୁପ୍ରସାଦ ବେହେରା ୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ତେବେ ଢେଙ୍କାନାଳ ଭିଜିଲାନ୍ସର ଏକ ସ୍ୱତନ୍ତ୍ର ଟିମ ଅଭିଯୁକ୍ତ ଶିକ୍ଷା ବିଭାଗର ବରିଷ୍ଠ ସହକାରୀ କିରାଣୀକୁ ଗିରଫ କରି ଅଧିକ ତଦନ୍ତ ଚଳାଇଛି ।

Leave A Reply

Your email address will not be published.