ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଏଥର କିପରି ହେବ ମାଟ୍ରିକ ପରୀକ୍ଷା, ଜାଣନ୍ତୁ ପରୀକ୍ଷା ନେଇ କଣ କହିଲେ ବୋର୍ଡ ସଭାପତି

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମାଟ୍ରିକ ପରୀକ୍ଷା-୨୦୨୨ ପାଇଁ ପରୀକ୍ଷା ସୂଚୀ ପ୍ରକାଶ ପାଇଛି । ରାଜ୍ୟରେ ମାଟ୍ରିକ୍‌ ପରୀକ୍ଷା ଏପ୍ରିଲ ୨୯ରୁ ଆରମ୍ଭ ହୋଇ ମେ’ ୭ ପର୍ଯ୍ୟନ୍ତ ଚାଲିବ ।ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ପରୀକ୍ଷା ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରାଯାଇଛି

ପ୍ରଥମ ସିଟିଂ ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହେବ । ପ୍ରତି ପରୀକ୍ଷାର ଅବଧି ୨ ଘଣ୍ଟା ବିଶିଷ୍ଟ ହେବ । କେବଳ ଗଣିତ ପରୀକ୍ଷାର ଅବଧି ୨ ଘଣ୍ଟା ୧୫ ମିନିଟ ବିଶିଷ୍ଟ ହେବ । ଧନ୍ଦାମୂଳକ ବିଷୟ ଛଡ଼ା ଅନ୍ୟ ସମସ୍ତ ବିଷୟର ପରୀକ୍ଷା ୮୦ ମାର୍କ ବିଶିଷ୍ଟ ହେବ । ଏହି ୮୦ ମାର୍କ ମଧ୍ୟରୁ ୫୦ ମାର୍କ ସଂକ୍ଷିପ୍ତ ଉତ୍ତରମୂଳକ ଓ ୩୦ ମାର୍କ ଦୀର୍ଘ ଉତ୍ତରମୂଳକ ରହିବ ବୋଲି ପରିଷଦ ପକ୍ଷରୁ କୁହାଯାଇଛି ।

ଚଳିତଥର ଦୁଇଟି ସିଟିଂରେ ପରୀକ୍ଷା ହେବ । ତେବେ ମାଟ୍ରିକ ଛାତ୍ରଛାତ୍ରୀ କେବଳ ପ୍ରଥମ ସିଟିଂରେ ହିଁ ପରୀକ୍ଷା ଦେବେ । ସେହିଭଳି ମଧ୍ୟମା ଓ ଓପନ ସ୍କୁଲର ଛାତ୍ରଛାତ୍ରୀଙ୍କର କିଛି ପ୍ରାକ୍ଟିକାଲ ପରୀକ୍ଷା ଦ୍ୱିତୀୟ ସିଟିଂରେ ହେବ । ପ୍ରଥମ ସିଟିଂର ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହେବାକୁ ଥିବା ବେଳେ ଦ୍ୱିତୀୟ ସିଟିଂର ପରୀକ୍ଷା ସକାଳ ୧୧ଟାରେ ଆରମ୍ଭ ହେବ । ରେଗୁଲାର୍‌ ପରୀକ୍ଷାର୍ଥୀଙ୍କ ପାଇଁ ଅଲଗା ପ୍ରଶ୍ନପତ୍ର ଏବଂ ଏକ୍ସ ରେଗୁଲାରଙ୍କ ପାଇଁ ଅଲଗା ପ୍ରଶ୍ନପତ୍ର ରହିବ । ୪ ଟି ସେଟ୍‌ରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.