ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଧାମନଗର ଉପନିର୍ବାଚନ: ବିଜେପିର ଅନୈତିକ କାର୍ଯ୍ୟକୁ ନେଇ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ବିଜେଡି

ନୂଆଦିଲ୍ଲୀ: ଧାମନଗର ଉପନିର୍ବାଚନ ପାଇଁ ଚାଲିଥିବା ପ୍ରଚାରରେ ବିଜେପିର ଅନୈତିକ କାର୍ଯ୍ୟକୁ ନେଇ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଛି ବିଜେଡି । ସାଂସଦ ସସ୍ମିତ ପାତ୍ରଙ୍କ ନେତୃତ୍ବରେ କମିଶନଙ୍କୁ ଭେଟିଛନ୍ତି ବିଜେଡିର ୪ଜଣିଆ ପ୍ରତିନିଧି ଦଳ । ବିଜେପି ଏସଏଚଜି ମହିଳାଙ୍କୁ ଅପମାନିତ କରୁଛି । ଅର୍ଥବଳରେ ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରାଯାଉଛି । ଏପରିକି ସ୍ଥାନୀୟ ପ୍ରଶାସନ ଉପରେ ମଧ୍ୟ ଚାପ ସୃଷ୍ଟି କରୁଛନ୍ତି ରାଜ୍ୟ ବିଜେପି ନେତା ଓ କର୍ମୀ । ଏପରି ଅଭିଯୋଗ ଆଣି ଦିଲ୍ଲୀରେ ନିର୍ବାଚନ କମିଶନରଙ୍କୁ ଭେଟିଛି ବିଜେଡିର ଏକ ପ୍ରତିନିଧି ଦଳ ।

ସାଂସଦ ସସ୍ମିତ ପାତ୍ରଙ୍କ ନେତୃତ୍ବରେ ସାଂସଦ ନିରଞ୍ଜନ ବିଶି, ମୁନ୍ନା ଖାଁ ଓ ଚନ୍ଦ୍ରଶେଖର ସାହୁ କମିଶନରଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି । ତୁରନ୍ତ କାର୍ଯ୍ୟାନୁଷ୍ଠାନ ଲାଗି ଦାବି ପତ୍ର ଦେଇଛନ୍ତି । ଏସଏଚଜି ମହିଳାଙ୍କ ମିଛ ଭିଡିଓ ଭାଇରାଲ କରି ୭୦ ଲକ୍ଷରୁ ଅଧିକ ସ୍ବୟଂ ସହାୟିକା ମହିଳାଙ୍କୁ ଅପମାନିତ କରାଯାଉଛି । ହାରିଯିବା ଭୟରେ ବ୍ୟାପକ ଭାବେ କଳା ଟଙ୍କାର ବ୍ୟବହାର କରି ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରାଯାଉଛି ।

ସେହିପରି ପ୍ରଶାସନ ବିରୋଧରେ ମିଛ ଅଭିଯୋଗ ଆଣି ସ୍ଥାନୀୟ ଅଧିକାରୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରାଯାଉଛି । ରାଜ୍ୟ ବିଜେପି ନେତାଙ୍କୁ ଏହି ସବୁ ଅନୈତିକ କାମରୁ ନିବୃତ କରିବାକୁ ଦାବି କରିଛି ବିଜେଡି । ଏଥିସହ ନିର୍ବାଚନମଣ୍ଡଳୀରେ ଅର୍ଥବଳ, ବାହୁବଳ ଓ ମିଛ ଅପପ୍ରଚାରକୁ ରୋକିବାକୁ ମନଟରିଂ ବ୍ୟବସ୍ଥାକୁ କଡ଼ା କଡି କରିବାକୁ ଦାବି କରିଛି ବିଜେଡି ।

Leave A Reply

Your email address will not be published.