ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବହୁ ଚର୍ଚ୍ଚିତ ଦିପୁ ଏବଂ ଓମ ହତ୍ୟା ମାମଲାରେ କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ

କଟକ: ବହୁ ଚର୍ଚ୍ଚିତ ଦିପୁ ଏବଂ ଓମ ହତ୍ୟା ମାମଲାରେ କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ । କଡା ସୁରକ୍ଷା ବଳୟରେ ଉଭୟଙ୍କୁ କଟକ ଜିଲ୍ଲା ଓ ଦୌରାଜଜ୍ କୋର୍ଟରେ ହାଜର କରାଯାଇଛି ।

ଗତକାଲି ମାମଲା କୋର୍ଟରେ ଶୁଣାଣି ହେବାର ଥିଲା । ମାତ୍ର କୋର୍ଟ ରେଫରାନ୍ସ ଯୋଗୁଁ ଆଜି ମାମଲାର ଶୁଣାଣି ହେବ । ଆଜି ତତ୍କାଳୀନ ଥାନାଧିକାରୀ ତଥା ତଦନ୍ତକାରୀ ଅଧିକାରୀ ଅଜୟ ଦାସଙ୍କ ସାକ୍ଷ୍ୟଗ୍ରହଣ କରାଯିବ ।

ଖୁଣ୍ଟକଟା ଫାର୍ମ ହାଉସରେ ଦିପୁ ଏବଂ ଓମଙ୍କୁ ପିଟିପିଟି ହତ୍ୟା କରାଯିବା ପରେ ସେମାନଙ୍କ ମୃତଦେହ ଝାଡ଼ଖଣ୍ଡରେ ପୋଡି ଦେଇଥିବା ଅଭିଯୋଗ ହୋଇଥିଲା । ଘଟଣାରେ ତତ୍କାଳୀନ ଚାଉଳିଆଗଞ୍ଜ ଥାନା ଅଧିକାରୀ ଘଟଣାର ତଦନ୍ତ କରୁଥିଲେ । ଦିପୁ, ଓମ ହତ୍ୟା ଘଟଣାରେ ଏହା ଶେଷ ସାକ୍ଷ୍ୟଗ୍ରହଣ ବୋଲି ଜଣାପଡିଛି ।

Leave A Reply

Your email address will not be published.