ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସୁଛି କାର୍ତ୍ତିକ ବ୍ରତ; ପୁରୀରେ ହବିଷ୍ୟାଳିଙ୍କ ସୁରକ୍ଷିତ ରହଣି ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ

ପୁରୀ: ଅକ୍ଟୋବର ୧୦ରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ । ହବିଷ୍ୟାଳି ଯୋଜନା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଚୁଡାନ୍ତ ବୈଠକ। ବର୍ତମାନ ସୁଦ୍ଧା ସମଗ୍ର ରାଜ୍ୟରୁ ପଞ୍ଜିକରଣ କରିଛନ୍ତି ୨୯୧୯ ଜଣ ହବିଷ୍ୟାଳି । ବୈଠକରେ ସମସ୍ତ ବିଭାଗର ବରିଷ୍ଠ ଅଧିକାରୀ ଯୋଗଦେଇ ହବିଷ୍ୟାଳିଙ୍କ ରହଣି, ପୂଜା, ଶୃଙ୍ଖଳିତ ମହାପ୍ରଭୁଙ୍କ ଦର୍ଶନ, ଭଜନ କୀର୍ତନ, ସୁରକ୍ଷା ଏବଂ ମହାପ୍ରସାଦ ସେବନ ଆଦି ବ୍ୟବସ୍ଥାର କରାଯାଇଛି ସମୀକ୍ଷା |

ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କୁ ଯେଉଁ ଦାୟିତ୍ୱ ଦିଆଯାଇଛି ତାକୁ ନିଷ୍ଠାର ସହ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଚଳିତ ବର୍ଷ ଅକ୍ଟୋବର ୧୦ ତାରିଖ ଠାରୁ ନଭେମ୍ବର ୮ ପର୍ଯ୍ୟନ୍ତ ହବିଷ୍ୟାଳୀ ମାନଙ୍କର ରହିବା ବ୍ୟବସ୍ଥା କରାଯାଇଛି । ହବିଷ୍ୟାଳୀ ମାନଙ୍କୁ ବୃନ୍ଦାବତୀ ନିବାସ,ବଗଲା ଧର୍ମଶାଳା, ଅକ୍ଷୟ ପାତ୍ର ଓ ମୋଚି ସାହି ସ୍ଥିତ ମୁନିସିପାଲିଟି କଲ୍ୟାଣ ମଣ୍ଡପ ଠାରେ ରଖାଯିବ । ରହଣି ସମୟରେ ସ୍ୱାସ୍ଥ୍ୟ, ପରିମଳ, ପାନୀୟ ଜଳ,ବିଦ୍ୟୁତ୍‌ ଯୋଗାଣ, ଆଇନ ଶୃଙ୍ଖଳା ଓ ଦର୍ଶନ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରାଯିବାର ବ୍ୟବସ୍ଥା ହୋଇଛି।

Leave A Reply

Your email address will not be published.