ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଡିଜେ ଆଜେକ୍ସଙ୍କ ମୃତ୍ଯୁ ଘଟଣା: ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ….

ଭୁବନେଶ୍ୱର: ଓଡ଼ିଶାର ଜଣାଶୁଣା ଡିଜେ ‘ଡିଜେ ଆଜେକ୍ସ’ ଓରଫ ଅକ୍ଷୟ କୁମାର ମହାରଣା ଆତ୍ମହତ୍ୟା ଘଟଣାକୁ ନେଇ ସସପେନ୍ସ ଲାଗି ରହିଥିବା ବେଳେ ତାଙ୍କର ଆଜି ପୋଷ୍ଟମର୍ଟମ ରିପୋର୍ଟ  ଆସିଛି। ଶ୍ବାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି। ବେକରେ ଦାଗ ରହିଛି , ଅନ୍ୟ ସ୍ଥାନରେ ଚିହ୍ନ ନାହିଁ।  ଲିଗାଚର ମାର୍କରୁ ଆତ୍ମହତ୍ୟା କରିଥିବା ସ୍ପଷ୍ଟ ହୋଇଛି । ସେପଟେ ୧୭ ତାରିଖ ରାତିରେ ଏକାଧିକ ଥର କଲ କରିଥିଲେ ପ୍ରେମିକା । ଟେନସନ ହୋଇ ଟଙ୍କା, ସୁନା ସବୁ ଯାଚିଥିଲେ ଡିଜେ ଆଜେକ୍ସ। ‘ଟଙ୍କା, ସୁନା ସବୁ ପାଇବ ହେଲେ ମୋତେ ଆଉ ପାଇବନି ‘ ଡିଜେ ଆଜେକ୍ସଙ୍କ ଏଭଳି ଏକ ଚାଟ ପୁଲିସ ହାତରେ ଲାଗିଛି।

ସେପଟେ ପ୍ରେମିକା ଓ ତାଙ୍କ ପୁରୁଷ ବନ୍ଧୁଙ୍କୁ ଖୁବଶୀଘ୍ର ହେବ ଜେରା । ଅନ୍ତରଙ୍ଗ ଫଟୋ, ଭିଡିଓ ଓ ବ୍ଲାକମେଲ ନେଇ ପଚରାଉଚରା ହେବ। ପ୍ରେମିକାଙ୍କ ବାର୍ଥ ଡେ ରାତିରେ ସୁଟ ହୋଇଥିବା ଅନସିନ ଭିଡିଓକୁ ନେଇ ପଚାର ଉଚରା କରିବ ପୁଲିସ।  ରାଜଧାନୀର ଏକ ହୋଟେଲରେ ପାଳନ ହୋଇଥିଲା ବାର୍ଥ ଡେ’।  ୟୁନିଟ ୩ ଅଞ୍ଚଲରେ ଥିବା ଏକ ଓୟୋରେ ହୋଇଥିଲା ସେଲିବ୍ରେସନ । ଫେବୃଆରୀ ୨୮ ସେଲିବ୍ରେସନ ବେଳେ ସୁଟ ହୋଇଛି ଭିଡିଓ ।  ଯେଉଁ ଭିଡିଓ ପାଇଁ ବାନ୍ଧବୀ ଜଣଙ୍କ ବ୍ଲାକମେଲ କରୁଥିବା ସନ୍ଦେହ । ମୋବାଇଲରୁ ମିଳିଥିବା ମେସେଜରୁ ଏଭଳି ପ୍ରମାଣ ପାଇଛି ପୁଲିସ। ଗତକାଲି ଏ ସମ୍ପର୍କରେ ପରିବାର ସଦସ୍ୟଙ୍କ ବୟାନ ରେକର୍ଡ କରିଛି ପୁଲିସ ।

ସୂଚନାଯୋଗ୍ୟ ଯେ, ଶନିବାର ରାତିରେ ଖାରବେଳ ନଗର ଥାନା ଅଧିନ ୟୁନିଟ୍‌‌-୩ ସ୍ଥିତ ବାସଭବନରେ ବେକରେ ବେଡ୍‌‌ସିଟ୍‌‌ ଲଗାଇ ଫ୍ୟାନରେ ‘ଡିଜେ ଆଜେକ୍ସ’ ଝୁଲିପଡ଼ିଥିଲେ। ତ୍ରିକୋଣୀୟ ପ୍ରେମ କାହାଣୀ ଓ ବ୍ଲାକମେଲକୁ କେନ୍ଦ୍ରକରି ‘ଡିଜେ ଆଜେକ୍ସ’ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।

 

Leave A Reply

Your email address will not be published.