ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଡିଏମକେ ସାଂସଦ କାନିମୋଝି କରୁଣାନିଧି

ଭୁବନେଶ୍ୱର : ଡିଏମକେ ସଂସଦୀୟ ଦଳର ଉପନେତା କାନିମୋଝି କରୁଣାନିଧି ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ କାନିମୋଝି ସାକ୍ଷାତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିୟାନ ଉପସ୍ଥିତ ରହିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାନିମୋଝି ଭେଟିବା ସହ ଦୁଇ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ । ବୈଠକ ସମୟରେ ଶ୍ରୀମତୀ କନିମୋଝି ଶ୍ରୀ ପଟ୍ଟନାୟକଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‍.କେ.ଷ୍ଟାଲିନଙ୍କ ପତ୍ର ପ୍ରଦାନ କରିଥିଲେ ଏବଂ ଗ୍ରାମାଞ୍ଚଳର ତଥା ଗରିବ ପରିବାରର ଛାତ୍ରଛାତ୍ରୀମାନେ ନିଟ୍‍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାରେ ସମ୍ମୁଖୀନ ହେଉଥିବା ସମସ୍ୟା ବିଷୟରେ ବୁଝାଇଥିଲେ ।

ତାମିଲନାଡୁ ମୁଖ୍ୟମନ୍ତ୍ରୀ ଶ୍ରୀ ଷ୍ଟାଲିନ ତାଙ୍କ ଚିଠିରେ ନିଟ୍‍ ୟୁଜି ପରୀକ୍ଷାରେ ପାଶ୍‍ କରିବାରେ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ ସମ୍ମୁଖୀନ ହେଉଥିବା ସମସ୍ୟା ଏବଂ ପରୀକ୍ଷାକୁ ଅନ୍ତର୍ଭୂକ୍ତ କରିବାର ଆବଶ୍ୟକତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହା ପୂର୍ବରୁ କେନ୍ଦ୍ର ସରକାରଙ୍କ ନିକଟରେ ଏହି ପ୍ରସଙ୍ଗ ଉଠାଇଥିଲେ ଏବଂ ଜାତୀୟ ପରୀକ୍ଷାକୁ ଅନ୍ତର୍ଭୂକ୍ତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ନିଟ୍‍, ଆଇଆଇଟି ଏବଂ ୟୁପିଏସ୍‍ସିକୁ ନେଇ ଏହି ଦିଗରେ ପଦକ୍ଷେପ ନେବାକୁ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଥିଲେ ।

 

Leave A Reply

Your email address will not be published.